pakka

ଅମଠି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ‘ପୋଷଣ ମେଳା’ ଅନୁଷ୍ଠିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିବସ କୁମାର ସାହୁଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟରେ “ପୋଷଣ ମାସ” ପାଳନ କରାଯାଉଛି । ଏହି କ୍ରମରେ ଅମଠି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ପୋଷଣ ମେଳାର ଆୟୋଜନ କରାଯାଇଥିଲା ଯେଉଁଥିରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ପୂର୍ବରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଭିନ୍ନ ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରକାର ଖାଦ୍ୟ ତଥା ଭିଟାମିନ ଯୁକ୍ତ ଖାଦ୍ୟ ଗୁଡିକୁ ବର୍ଗିକରଣ କରି ପ୍ରଦର୍ଶନ କରିଥିଲେ । ପ୍ରଧାନ ଶିକ୍ଷକ ପ୍ରଭୁଦାସ ମହାନନ୍ଦଙ୍କ ନେତୃତ୍ୱରେ ବିଦ୍ୟାଳୟର ସମସ୍ତ ସହ ଶିକ୍ଷକ ଶିକ୍ଷୟିତ୍ରୀ ଏଥିରେ ସହଯୋଗ କରିଥିଲେ । କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପୋଷଣ ଉପରେ ସଚେତନତା ନିମନ୍ତେ ସେପ୍ଟେମ୍ବର ମାସ ପୋଷଣ ମାସ ଭାବରେ ପାଳନ କରାଯାଉଛି । ପ୍ରତି ବର୍ଷ ସେପ୍ଟେମ୍ବର ୧ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ପୋଷଣ ମାସ ଭାବରେ ପାଳନ କରାଯାଉଛି । ଏନେଇ ବୈତାଳି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିବସ କୁମାର ସାହୁ କହିଛନ୍ତି, “ଏହି ଦିବସ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ସମସ୍ତ ଛାତ୍ରଛାତ୍ରୀ ପୋଷଣ ଉପରେ ସଚେତନ ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ପ୍ରତ୍ୟକ୍ଷ ଭାବେ ବିଭିନ୍ନ ପ୍ରକାରର ଖାଦ୍ୟରେ ଥିବା ପୋଷାକ ମାନଙ୍କ ବିଷୟରେ ପ୍ରତ୍ୟକ୍ଷ ଜ୍ଞାନ ପାଇବା ପାଇଁ ଏହି ପୋଷଣ ମେଳା ଆୟୋଜନ କରାଯାଇଛି । ଯାହାଦ୍ୱାରା ଛାତ୍ରଛାତ୍ରୀ ମାନେ ନିଶ୍ଚିତ ଭାବେ ଉପକୃତ ହେବେ ବୋଲି ପ୍ରଧାନ ଶିକ୍ଷକ ମତପ୍ରକାଶ କରିବା ସହ ସିଆରସିସିଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ । ଛାତ୍ରଛାତ୍ରୀ ମାନେ ଏହି ମେଳା ଆୟୋଜନ ଦ୍ୱାରା ବେଶ ଉତ୍ସାହିତ ଥିବା ପରିଲକ୍ଷିତ ହେଉଛି ।

Leave A Reply

Your email address will not be published.

eighteen − 1 =