pakka

ପୋଷାକ ବିତରଣ ଉତ୍ସବ

bbehera

ରାଉରକେଲା, (ସସ୍ମିତା ପ୍ରଦାନ) : ମାଲଗୋଦାମ ସ୍ଥିତ ସରକାରୀ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟଠାରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜୁରାଣୀ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ରା ବ୍ଲକ ସିଆରସିସି ମନୋଜ କୁମାର ମିଶ୍ର ମୁଖ୍ୟଅତିଥି ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଫାତିମା ବେଗମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ । ଏହି ଅବସରରେ ଅତିଥିମାନେ ବିଦ୍ୟାଳୟରେ ଶିକ୍ଷା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରତି ମନୋନିବେଶ କରିବାକୁ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଏମଡି କୟିମୁଦ୍ଦିନ, ବନଲତା ଧଳ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.

12 + nine =