ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବ୍ଲକ ସିଡିପିଓ ସୁଶ୍ରୀ ପୂର୍ଣ୍ଣିମା ବୈଠାରୁ, ସମ୍ମାନିତ ଅତିଥି ରୂପେ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରର ଡା. ରାଜେଶ ଅଗ୍ରୱାଲ, ଡା. ରଶ୍ମିରେଖା ଟାଲି, ଅଧ୍ୟାପକ ସୋମେଶଦତ୍ତ ହୋତା, ଅଧ୍ୟାପକ ଦିଲ୍ଲୀପ କୁମାର ପଶାୟତ ଯୋଗ ଦେଇଥିଲେ । ଅଧ୍ୟାପକ ଘନଶ୍ୟାମ ଖମାରୀ ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାପକ ଭ୍ରୀଙ୍ଗରାଜ ରଣା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ୨ଶହ ଜଣ ଛାତ୍ରଛାତ୍ରୀ ଉପସ୍ଥିତ ଥିବା ବେଳେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।

Leave A Reply

Your email address will not be published.