ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ : ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର : ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ । ପ୍ରଚଣ୍ଡ ହେଲାଣି ତାତି । ଗତକାଲି ରାଜ୍ୟର ୩୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀକୁ ଟପିଥିବାବେଳେ ତା’ମଧ୍ୟରୁ ୪ଟି ସହରର ପାରଦ ୪୪ ପାର୍ କରିଥିଲା । ୪୪.୬ ଡିଗ୍ରୀ ସହ ଅନୁଗୁଳରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ତା ପଛକୁ ବୌଦ୍ଧରେ ୪୪.୫ ଡିଗ୍ରୀ ରେକର୍ଡ ହୋଇଥିଲା । ସେହିପରି ନୂଆପଡ଼ା ଓ ବଲାଙ୍ଗିରରେ ୪୪ ଡିଗ୍ରୀ, ବାରିପଦାରେ ୪୩.୮ ଡିଗ୍ରୀ, ଟିଟିଲାଗଡ଼, ଯାଜପୁର, ସମ୍ବଲପୁର ଏବଂ ହୀରାକୁଦରେ ତାପମାତ୍ରା ୪୩.୬ ଡିଗ୍ରୀ ରହିଥିଲା । ଝାରସୁଗୁଡ଼ା ଓ ତାଳଚେରରେ ୪୩.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ପାରଦ ୪୩.୧ ଡିଗ୍ରୀ ରହିଥିଲା । ଅନ୍ୟପଟେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ଏଭଳି ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ପାଇଁ ଅଧିକାଂଶ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.