pakka

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ

bbehera

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଜୁନ୍‌ ପହିଲାରେ ବରଗଡ଼ ସମେତ ସମ୍ବଲପୁର, ଝାରସୁଗୁଡ଼ା, ଟିଟିଲାଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ରାଉରକେଲା ପରି ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବ । ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଡେଇଁଯିବାର ସମ୍ଭାବନା ରହିଛି । ବଲାଙ୍ଗିର, ସୋନପୁର, ଟିଟିଲାଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ଦିନର ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏହି ସମୟ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ତାହାକୁ ନଜରରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

jay balangir
Leave A Reply

Your email address will not be published.

nine − eight =