୩୧ ଯାଏ ରାଜ୍ୟରେ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ପୂର୍ବକେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୨୯ ଓ ୩୦ରେ ପ୍ରବଳ ବର୍ଷିବ । ଝାଡଖଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ରହିଥିବା ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ।

Leave A Reply

Your email address will not be published.