୨୬ରୁ ପ୍ରବଳ ବର୍ଷାର ଆଶଙ୍କା

ଭୁବନେଶ୍ୱର : ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି । ଏହାପରେ ୨୬ରୁ ପୁଣି ବଢିବ ବର୍ଷାର ପରିମାଣ । ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.