oum

ଆଜି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

jsm

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ତିନି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ସମୁଦ୍ର ଅଶାନ୍ତ ରହିଛି । ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.