ଆଜି ରାଜ୍ୟରେ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ । ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର । ଏସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.