ଆହୁରି ବଢିବ ପ୍ରଚଣ୍ଡ ତାତି

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୫ ଦିନ ପ୍ରଚଣ୍ଡ ତାତି । ୨ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର । ଏହା ସହ ପ୍ରଚଣ୍ଡ ତାତିର ମୁକାବିଲା ନେଇ ମଧ୍ୟ ପଦକ୍ଷେପ ନେବାକୁ କହିଛନ୍ତି ଏସ୍‌ଆର୍‌ସି । ସେପଟେ ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇ ନପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇ ପାରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି । ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି ବୋଲି ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି ।

Leave A Reply

Your email address will not be published.