ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପକୋଷାଗାର କାର୍ଯ୍ୟାଳୟ ପରିସରରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତା କେନ୍ଦ୍ରରେ କାର୍ଯ୍ୟ ଆରମ୍ଭ ହୋଇଛି । ଉପକୋଷାଗାର ଅଧିକାରୀ ସୁଧାକର କହଁର, ପ୍ରଭାତ ନାୟକ, ବନିତା ବେହେରା, ମୀନତି କୁମାର ମିଶ୍ର, ମୋ ସେବା କେନ୍ଦ୍ରର ଜିଲ୍ଲା ପରିଚାଳକ ତୁଷାରକାନ୍ତ ପ୍ରଧାନ, ଅଫିସରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ଏଥିରେ ବାଲିଗୁଡା ଅଞ୍ଚଳର ବହୁ ପେନସନ ଉପଭୋକ୍ତା ନିଜର ଆଧାର କାର୍ଡ, ପେନସନ ବହି, ବ୍ୟାଙ୍କ ପାସ ବୁକ ଏବଂ ମୋବଇଲ ନମ୍ବର ସଂଯୋଗ କରି ବିନା ଶୁକ୍ଳରେ ସେମାନଙ୍କ ଜୀବନ ପ୍ରମାଣପତ୍ର ହାତପାଆନ୍ତରେ ପାଇଥିଲେ । ମୋ ସେବା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କ ଘରକୁ ଯାଇ ସେବା ଯୋଗାଇ ଦେବାର ବ୍ୟବସ୍ଥା ମଧ୍ୟ ଅଛି । ରାଜ୍ୟ ସରକାରଙ୍କ ଏହି ଯୋଜନାକୁ ପେନସନ ଉପଭୋକ୍ତାମାନେ କୃତଜ୍ଞତା ଜଣାଇଛନ୍ତି ।