pakka

ଆଜିଠୁ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ

bbehera

ଭୁବନେଶ୍ୱର : ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ୨୦୨୩ ସୋମବାରଠାରୁ ୟୁନିଟ୍‌ -୧ ଆଦିବାସୀ ପଡ଼ିଆଠାରେ ଆରମ୍ଭ ହେବ । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଅନୁସୂଚିଜ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ଅପରାହ୍ନ ୩ରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହିବ । ଏଥିସହ ଜାତୀୟ ଜନଜାତି ନୃତ୍ୟ ମହୋତ୍ସବ ମଧ୍ୟ ଆୟୋଜିତ ହେବ । ମିଜୋରାମ, ଓଡ଼ିଶା, ଅରୁଣାଚଳ ପ୍ରଦେଶ, ରାଜସ୍ଥାନ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଆଦି ରାଜ୍ୟର ଆଦିବାସୀ ନୃତ୍ୟରେ ଝୁମିବ ଆଦିବାସୀ ପଡ଼ିଆ ।

Leave A Reply

Your email address will not be published.

1 × four =