୫ଟି ଉପକ୍ରମରେ ୧୯ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ

  • ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
  • ସାଢେ ପାଞ୍ଚ ଲକ୍ଷ ଲୋକ ୨୪ ଘଣ୍ଟିଆ ସ୍ୱଚ୍ଛ ପାଣି ପାଇଲେ
  • ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ସ୍ୱପ୍ନ ଓ ମୋ ସରକାରର ପ୍ରାଥମିକତା – ମୁଖ୍ୟମନ୍ତ୍ରୀ
  • ବୁନ୍ଦାଏ ବି ପାଣି ନଷ୍ଟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
  • ସମସ୍ତଙ୍କ ମୁହଁରେ ହସ, ପାଣି ପାଇଁ ଅପେକ୍ଷାରୁ ମୁକ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମସ୍ତଙ୍କ ମୁହଁରେ ହସ, ପାଣି ପାଇଁ ଅପେକ୍ଷାରୁ ମୁକ୍ତି । ୫ଟି ଉପକ୍ରମରେ ରାଜ୍ୟର ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଉପଭୋକ୍ତାମାନେ ସେମାନଙ୍କ ଖୁସି ବ୍ୟକ୍ତ କରି କହିଲେ ଯେ, ପାଣି ପାଇଁ ଘଣ୍ଟା ଘଣ୍ଟା ଧରି ଧାଡି ବାନ୍ଧି ଅପେକ୍ଷା କରିବା, ପାଣିକୁ ସାଇତି ରଖିବା ଆଦି ସବୁ ଜଞ୍ଜାଳରୁ ମୁକ୍ତି ମିଳିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୋଟି କୋଟି ଧନ୍ୟବାଦ ।

ଆଜି ଲୋକସେବା ଭବନର କନ୍‌ଭେନସନ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଉପକ୍ରମରେ ରାଜ୍ୟର ୧୯ଟି ସହରରେ ୨୪ଢ୭ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ସହର ଗୁଡିକ ହେଲା – ଭୁବନେଶ୍ୱର, କଟକ, ନିମାପଡା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡା, ବଡବିଲ୍‌, ଚମ୍ପୁଆ, ଆନନ୍ଦପୁର, ବାରିପଦା, ରାଇରଙ୍ଗପୁର, ଉଦଳା, କରଞ୍ଜିଆ ଓ ବ୍ୟାସନଗର । ଏହିସବୁ ସହର ଗୁଡିକର ୫.୫୦ ଲକ୍ଷ ଲୋକ ଏଥିରୁ ଉପକାର ପାଇଲେ । ସୂଚନାଯୋଗ୍ୟ ଯେ ପୂର୍ବରୁ ୫ଟି ଉପକ୍ରମରେ ପୁରୀରେ ସବୁ ଲୋକଙ୍କୁ ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ମିଳିଥିଲା । ଆଜି ଗୋପାଳପୁରରେ ମଧ୍ୟ, ରାଜ୍ୟର ଦ୍ୱିତୀୟ ସହର ଭାବରେ ଶତ ପ୍ରତିଶତ ଲୋକଙ୍କୁ ଡ୍ରିଙ୍କ ଫ୍ରମ ଟ୍ୟାପ ବ୍ୟବସ୍ଥାର ସୁବିଧା ମିଳିଲା । ଏହାବ୍ୟତୀତ ଖୋର୍ଦ୍ଧା, ଜଟଣୀ ଓ ହିଞ୍ଜିଳିକାଟୁ ସହର ପାଇଁ ମୁଖ୍ୟମନ୍ତ୍ରୀ ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମର ଆରମ୍ଭ ଘୋଷଣା କରିଥିଲେ । ଏହାଦ୍ୱାରା, ଏହି ୩ଟି ସହରର ୧.୫୦ ଲକ୍ଷ ଲୋକ ଉପକାର ପାଇବେ ।

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ବହୁତ ଦିନର ସ୍ୱପ୍ନ ଏବଂ ଏହା ସବୁବେଳେ ମୋ ସରକାରର ପ୍ରାଥମିକତା ହୋଇ ରହିଛି । ୧୯ଟି ସହରକୁ ଡ୍ରିଙ୍କ ଫ୍ରମ ଟ୍ୟାପ ସେବାରେ ଯୋଡି, ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଏକ ଐତିହାସିକ ଦିନ । ଜଳ ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ । ତେଣୁ ଆମେ ଏହାକୁ ଉପଯୁକ୍ତ ଭାବେ ବ୍ୟବହାର କରିବା ଉଚିତ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳ ହେଉଛି ଜୀବନ । ଜନସ୍ୱାସ୍ଥ୍ୟ ଓ ଦୈନନ୍ଦିନ ଜୀବନର ସୁବିଧା ପାଇଁ ସ୍ୱଚ୍ଛ ଜଳ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ଟି ଉପକ୍ରମରେ ଏହି ସୁବିଧା ଦ୍ୱାରା ଜନସାଧାରଣଙ୍କ ଜୀବନ ଧାରଣ ମାନରେ ପ୍ରଭୂତ ଉନ୍ନତି ଆଣିବ । ବିଶ୍ୱର ବଡ ବଡ ସହରର ବ୍ୟବସ୍ଥା ସହିତ ଆଜି ଓଡିଶାର ସହର ଗୁଡିକ ମଧ୍ୟ ଯୋଡି ହୋଇଛନ୍ତି ଏବଂ ଈଙ୍କକ୍ସରବଙ୍କ କ୍ଟଲ ଓଦ୍ଭୟସବଦ୍ଭ ଝଗ୍ଧବଦ୍ଭୟବକ୍ସୟଗ୍ଦର ମାନ ଅନୁଯାୟୀ ଉତ୍ତମ ଓ ସ୍ୱଚ୍ଛ ଜଳ ପାଇପାରୁଛନ୍ତି । ଏହି ସେବା ପାଇଁ ମୁଖ୍ୟମନ୍ତ୍ରୀ ୱାଟ୍‌କୋ ଧନ୍ୟବାଦ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ୱ ଯୋଗୁଁ ଆଜି ଓଡିଶାବାସୀ ଉନ୍ନତ ମାନର ସେବା ପାଇପାରୁଛନ୍ତି । ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାରଙ୍କ ଏକ ଗୁରୁସ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ସେ ବିଭାଗୀୟ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

ଓମ୍‌ବାଡସିର ଓଭରସାଇଟ୍‌ ଅଥରିଟି ଜଷ୍ଟିସ ଅନନ୍ତ ପଟ୍ଟନାୟକ କହିଲେ ଯେ, ତାଙ୍କର କାର୍ଯ୍ୟର ଆବଶ୍ୟକତା ଯୋଗୁଁ ସେ ମାଇନିଂ ଅଂଚଳକୁ ପ୍ରାୟତଃ ଗସ୍ତ କରନ୍ତି । ପାଣି ପାଇଁ ଲୋକଙ୍କ ଅସୁବିଧାକୁ ସେ ଅନୁଭବ କରିଛନ୍ତି ବୋଲି ପ୍ରକାଶ କରି କହିଲେ ଯେ, ଆଜି ସେ ଅଂଚଳ ଗୁଡିକରେ ପିଇବା ପାଣି କ୍ଷେତ୍ରରେ ଉଲ୍ଲେଖନୀୟ କାମ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭୂମିକା ବାସ୍ତବରେ ପ୍ରଶଂସନୀୟ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇଥିଲେ ଓ ୱାଟକୋର ସିଇଓ ପି.କେ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱରର ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

୧୯ଟି ସହରର ନେତୃବୃନ୍ଦ, ଅଧିକାରୀଗଣ ଓ ଜନସାଧାରଣ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିଲେ ।

Leave A Reply

Your email address will not be published.

nineteen − 10 =