କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଜାତୀୟ ଜନସଂଖ୍ୟା ଶିକ୍ଷା ପ୍ରକଳ୍ପ ତରଫରୁ କ୍ଳଷ୍ଟର ସ୍ତରରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରତିଯୋଗିତା ଅନଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ପ୍ରତିଯୋଗିତାରେ ରଚନା ଲିଖନରେ ସଞ୍ଜନା ଝାଙ୍କର, ମାମୁନୀ ସାହୁ ଓ ପୋଷ୍ଟର ତିଆରିରେ ଅମରେଶ ମାଝୀ, ପୂଜା ମେହେର ପୁରସ୍କୃତ ହୋଇଥିଲେ । ପରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି ମୁଖ୍ୟ ଅତିଥି, ସିଆରସିସି ପ୍ରେମରାଜ ପାଣିଗ୍ରାହୀ, ପ୍ରାଧାନ ଶିକ୍ଷୟିତ୍ରୀ ମାଧବୀଲତା ସାହୁ, ରବୀନ୍ଦ୍ର ରଥ, ଦେବ ବଗର୍ତ୍ତୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ । ଶିକ୍ଷୟିତ୍ରୀ ସୁଦୀପ୍ତା ଜେନା ଅତିଥିମାନଙ୍କୁ ପୁଷ୍ପ ପ୍ରଦାନ କରିବା ସହିତ ସ୍ୱାଗତ କରିଥିଲେ । କୃତି ପ୍ରତିଯୋଗୀମାନେ କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟରେ ହେବାକୁ ଥିବା ବ୍ଳକ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ଶ୍ରୀ ଦାଶ ଘୋଷଣା କରିଥିଲେ ।
Prev Post