shyamal

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ । ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ । ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ । ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ, ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସ୍‌ସିବି ମେଡିକାଲରେ ପରଲୋକ ହୋଇଯାଇଛି । ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା ।

purusottam
Leave A Reply

Your email address will not be published.