ଭୁବନେଶ୍ୱର : ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବିୟୋଗରେ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ସ୍ୱର୍ଗତଃ ରାଓ ତାଙ୍କର ଉତ୍ସର୍ଗିକୃତ ସମାଜ ସେବା ବିଶେଷ କରି ଗରୀବ ଓ ଅବହେଳିତମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକାଗତ ଆତ୍ମାର ସଦଗତି କାମନା କରିଛନ୍ତି । ପଦ୍ମଶ୍ରୀ ସ୍ୱର୍ଗତଃ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
Next Post