pakka

ଲଖନପୁର ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

bbehera
  • ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା
  • ନୌକାରେ ୫୦ ଯାତ୍ରୀ ଥିଲେ, ସମସ୍ତେ ଛତିଶଗଡ ଅଞ୍ଚଳର ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ୪ ନିଖୋଜ
  • ମୁଖମନ୍ତ୍ରୀଙ୍କ ନିର୍ଦେଶରେ ୫ ପାଣି ବୁଡାଳି ଓ ୨ କ୍ୟାମେରା ବିମାନ ଯୋଗେ ପଠାଯାଉଛି

ଭୁବନେଶ୍ୱର : ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଘଟଣା ସ୍ଥଳରେ ଆର୍‌ର୍ଡିସି ଝାରସୁଗୁଡା ଜିଲ୍ଲା ପାଳ ଓ ଏସ୍‌ସ୍ପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି । ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ଏସ୍‌ଆର୍‌ସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିଖୋଜ ୪ ଜଣଙ୍କୁ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ ଜଣ ପାଣି ବୁଡାଳି ଓ ୨ ଟି ଗ୍ଦରବକ୍ସମଷ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଉଛି । ସୂଚନାଯୋଗ୍ୟ ଯେ ନୌକାରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଅମ୍ଭାଭନା ବ୍ଲକର ପଥର ସେନିକୁ ଯାଉଥିଲେ ।

Leave A Reply

Your email address will not be published.

nine + 10 =