om academy

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

jsm
  • ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ଘୋଷଣା

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଇଥିବା ବେଳେ କ୍ଷତିଗ୍ରସ୍ତଙ୍କୁ ସହାୟତା କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ବୋଲି ପ୍ରଧାନମନ୍ତ୍ରୀ ଆଶ୍ୱସନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍‌ଏନ୍‌ଆର୍‌ଏଫ)ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ‘ପଶ୍ଚିମବଙ୍ଗରେ ଘଟିଥିବା ରେଳ ଦୁର୍ଘଟଣା ଦୁଃଖଦାୟକ । ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଜଣାଉଛି । ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରୁଛି । ଅଧିକାରୀଙ୍କ ସହ କଥା ହୋଇ ସ୍ଥିତି ଅନୁଧ୍ୟାନ କରିଛି । କ୍ଷତିଗ୍ରସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳକୁ ଯାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି । ‘ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମ୍‌ଏନ୍‌ଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ ।

Leave A Reply

Your email address will not be published.