- ଭାଗ ନେଇପାରିବେ ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ
ଭୁବନେଶ୍ୱର, (କେପିଏନ୍ଏସ୍) : ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ଇ-ଆଡ୍ମିଶନରେ ଭାଗ ନେଇପାରିନଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ସେମାନଙ୍କୁ ଉଚ୍ଚ ଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡ୍ମିଶନ ପ୍ରକ୍ରିୟାରେ ନାମ ଲେଖାଇବା ପାଇଁ ଅନ୍ୟ ଏକ ସୁଯୋଗ ପ୍ରଦାନ କରିଛନ୍ତି । ସଂପୃକ୍ତ ଛାତ୍ରଛାତ୍ରୀମାନେ ଚଳିତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ମଧ୍ୟରେ ପୁନର୍ବାର ଆବେଦନ କରିପାରିବେ । ଇଚ୍ଛୁକ ଛାତ୍ରଛାତ୍ରୀ ତଥା ଅଭିଭାବକମାନେ WWW.samsodisha.gov.inରେ ଲଗ୍ଇନ୍ କରି ସଂପୂର୍ଣ୍ଣ ବିବରଣୀ ଜାଣିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ ।