
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଚଳିତ ବର୍ଷ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାକୁ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି । ବଲାଙ୍ଗିର ବନଖଣ୍ଡ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ତରଫରୁ ବଲାଙ୍ଗିର ବନଖଣ୍ଡ ସମ୍ମିଳନୀ କକ୍ଷରେ ଜିଲ୍ଲାର ଅନେକ ଅନୁଷ୍ଠାନ ସମେତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାକୁ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା । ଏଥିରେ ପ୍ରଧାନ ଆଚାର୍ଯ୍ୟ ଶିବ ବାରିକ ଏବଂ ପରିଚାଳନା ସମିତି ସମ୍ପାଦକ ପ୍ରଶାନ୍ତ କୁମାର ବେହେରା ଯୋଗ ଦେଇ ପୁରସ୍କାର ଗ୍ରହଣ କରିଥିଲେ ।