ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ୱର୍ଣ୍ଣ ପଦକ ଆଣିଲେ

ବରଗଡ, (ନିରୋଜ କୁମାର ପାଣୀ) : ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି । ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ୱର୍ଣ୍ଣ ପଦକ ଆଣିଛନ୍ତି । ଫାଇନାଲ୍‌ରେ ପ୍ରମୋଦ ତାଙ୍କ ବ୍ରିଟେନ୍‌ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୨୧-୧୪, ୨୧-୧୭ ସେଟ୍‌ରେ ହରାଇଛନ୍ତି । ପ୍ରଥମ ସେଟ୍‌ରେ ଆଗୁଆ ରହିବା ପରେ ୨ୟ ସେଟ୍‌ରେ ପ୍ରମୋଦ ବିଜୟୀ ହୋଇଛନ୍ତି । ସେମିଫାଇନାଲ୍‌ ମ୍ୟାଚ୍‌ରେ ପ୍ରମୋଦଙ୍କ ମୁକାବିଲା ଜାପାନରେ ଡି.ଫୁଜିହାରାଙ୍କ ସହ ହୋଇଥିଲା । ଏହି ମ୍ୟାଚ୍‌ ପ୍ରମୋଦ ଏକତରଫା ଭାବେ ୨-୦ ସେଟ୍‌ରେ ଜିତି ଫାଇନାଲରେ ପ୍ରବେଶ କରିଥିଲେ । ପ୍ରଥମ ସେଟ୍‌ରେ ୨୧-୧୧ରେ ଜିତିଥିବା ପ୍ରମୋଦ ଦ୍ୱିତୀୟ ସେଟ୍‌ରେ ମଧ୍ୟ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ । ୨୧-୧୬ରେ ଜିତି ପ୍ରମୋଦ ସ୍ୱର୍ଣ୍ଣ ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ । ପ୍ରମୋଦ ସ୍ୱର୍ଣ୍ଣ ଜିତିବା ପରେ ଟୋକିଓ ଅଲିମ୍ପିକ୍ସିରେ ଭାରତ ପଦକ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି । ପ୍ରମୋଦଙ୍କ ଘର ବରଗଡ଼ ଜିଲ୍ଲା ଅତାବିରା ଗାଁରେ । ପ୍ରମୋଦଙ୍କ ଏହି ବିଜୟ ପରେ ତାଙ୍କ ଗାଁରେ ଆନନ୍ଦର ଲହରୀ ଖେଳିଯାଇଛି । ବିଭିନ୍ନ ମହଲରୁ ପ୍ରମୋଦଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି ।

Leave A Reply

Your email address will not be published.