pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୪ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jay balangir
Leave A Reply

Your email address will not be published.

5 × 3 =