ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.