om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ, ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୂରଭଞ୍ଜରୁ ୩ ଜଣ ଲେଖାଁଏ ରହିଥିବା ବେଳେ ନୟାଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.