pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯୦୧ ଜଣକୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୦ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ , କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ,କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

twenty − eighteen =