om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୨୨ଜଣକୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁର ଓ କେନ୍ଦୁଝରରୁ ୬ ଲେଖାଏଁ, କଟକ ଓ ପୁରୀରୁ ୫ ଜଣ ଲେଖାଏଁ, ଯାଜପୁରରୁ ୪, କେନ୍ଦ୍ରାପଡ଼ାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡ଼ା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.