ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୮ ଜଣକୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ଯାଜପୁର, ମୟୂରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.