ls

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରେନା

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଥିବା ବେଳେ, ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

pc pk
Leave A Reply

Your email address will not be published.