ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୧୮କୁ ବୃଦ୍ଧି ପାଇଛି । ସୂଚନା ମୁତାବକ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post