ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୪ ଜଣ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ଵର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.