ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୫୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ଼, ସୋନପୁର, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.