jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗିର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.