om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୩୨ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ୩ ଜଣ, ବାଲେଶ୍ଵରରୁ ଜଣେ, ବୌଦ୍ଧରୁ ଜଣେ, ଭୁବନେଶ୍ଵରରୁ ୨ଜଣ, ଢେଙ୍କାନାଳରୁ ଜଣ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ୨ଜଣ, ଖୋର୍ଦ୍ଧାରୁ ଜଣେ , ନୂଆପଡାରୁ ୨ଜଣ , ପୁରୀରୁ ଜଣେ ଏବଂ ସୁନ୍ଦରଗଡରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.