om academy

ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀ ବି ଚାଲିଗଲେ

jsm

ଭୁବନେଶ୍ୱର : ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ହୋଇଯାଇଛି । ୬୪ବର୍ଷ ବୟସରେ ପ୍ରଣୟଙ୍କର ପରଲୋକ ହୋଇଥିବା ଖବର ମିଳିଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି । ଖବର ଅନୁଯାୟୀ, ପ୍ରଣୟ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ରହିଥିଲେ । ରବିବାର ଦିନ ସକାଳୁ ତାଙ୍କର ମୃତ୍ୟୁ ହୋଇଯାଇଛି ବୋଲି ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ମହାରଥୀ ସୂଚନା ଦେଇଛନ୍ତି । ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।

Leave A Reply

Your email address will not be published.