ଗୁଡ଼ଭେଲା ବ୍ଲକ ଅଫିସରେ ପ୍ରଶାସନର ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ଗୁଡ଼ଭେଲା ବ୍ଲକ କାର୍ଯ୍ୟାଳୟଠାରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ଗୁଡ଼ଭେଲା ବିଡିଓ ଓ ତହସିଲଦାର, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୪୬ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୦ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୬ଟି ସାମୁହିକ ଦରଖାସ୍ତ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଏଥିରେ କୌଣସି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଓ ରେଡକ୍ରସ ପାଣ୍ଠି ଅନ୍ତର୍ଗତ କୌଣସି ଅଭିଯୋଗ ମିଳିନଥିଲା । ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲାପାଳ ଚିଚେଣ୍ଡ ପଞ୍ଚାୟତ ସ୍କୁଲ ପରିଦର୍ଶନ କରି ଛାତ୍ରଛାତ୍ରୀ ତଥା ଅଭିଭାବକଙ୍କ ସହ ଆଲୋଚନା କରିଥିଲେ ଏବଂ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଥିଲେ ।

jittmm
Leave A Reply

Your email address will not be published.