ବଦଳିଲେ ୨ ଆଇଏଏସ୍‌ ଅଫିସର : ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର : ବଦଳିଛନ୍ତି ୨ ଆଇଏଏସ୍‌ ଅଫିସର ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ରାଜ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ମଧ୍ୟ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନିର୍ବାହ କରିବେ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଆଲୋକ କୁମାର କର ରାଜ୍ୟ ଜଳସମ୍ପଦ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ । ଅଧିକାରୀମାନେ ଆସନ୍ତା ୩୧ ତାରିଖ ସୁଦ୍ଧା ନୂଆ ଦାୟିତ୍ୱ ଭାର ସମ୍ଭାଳିବେ ।

Leave A Reply

Your email address will not be published.