ମହାଶକ୍ତି ଫାଉଣ୍ଡେସନ ତରଫରୁ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ତ୍ରି-ଦିବସୀୟ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ତଥା ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ସାଇଦଲଙ୍ଗା, ବମକ ଓ ଆଲାତରା ଗ୍ରାମ ପଞ୍ଚାୟତର ସମସ୍ତ ୱାର୍ଡ ମେମ୍ବର ଓ ନାଏବ ସରପଞ୍ଚମାନଙ୍କୁ ନେଇ ତ୍ରୀ-ଦିବସୀୟ ପ୍ରାରମ୍ଭିକ ତାଲିମ କାର୍ଯ୍ୟକ୍ରମକୁ ପଞ୍ଚାୟତ ସଂଘ ସଭାପତି ତଥା ବମକ ଗ୍ରାମ ପଞ୍ଚାୟତ ସରପଞ୍ଚ ଓ ନାଏବ ସରପଞ୍ଚ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମ.ରାମପୁରର ବରିଷ୍ଠ ସାମ୍ବାଦିକ ଉଦ୍ଧବ ପଣ୍ଡା ମଧ୍ୟ ଯୋଗ ଦେଇଥିଲେ । ମହାଶକ୍ତି ଫାଉଣ୍ଡେସନର କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁ ତିନି ଦିନିଆ ତାଲିମର ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିବା ବେଳେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନର ତାଲିମଦାତା ସୁରେଶ ସଂଗ୍ରାମ ଓ ଅଞ୍ଜଳି ସିଂ ଯୋଗଦେଇ ତାଲିମ କାର୍ଯ୍ୟକ୍ରମକୁ ଆରମ୍ଭ କରିଛନ୍ତି । ଏହି ତିନି ଦିନିଆ କାର୍ଯ୍ୟକ୍ରମରେ ଗ୍ରାମ ପଞ୍ଚାୟତରେ ୱାର୍ଡ ମେମ୍ବରମାନଙ୍କ ଭୂମିକା, ଦାୟିତ୍ଵ, କର୍ତ୍ତବ୍ୟ ଓ ବିଭିନ୍ନ ସରକାରୀ ଯୋଜନା, ପଲ୍ଲୀସଭା, ଗ୍ରାମସଭା ଇତ୍ୟାଦି ବିଷୟରେ ତାଲିମ ପ୍ରଦାନ କରାଯିବ । ତୃତୀୟ ଦିନରେ ସରକାରଙ୍କ ଏକ ସଫଳ କାର୍ଯ୍ୟକ୍ରମକୁ କ୍ଷେତ୍ର ପରିଦର୍ଶନର ବ୍ୟବସ୍ଥା ମଧ୍ୟ କରାଯାଇଛି । ଏହି କାର୍ଯ୍ୟକ୍ରମରେ ନୂତନ ଭାବେ ନିର୍ବାଚିତ ହୋଇଥିବା ପଂଚାୟତିରାଜ ପ୍ରତିନିଧିଙ୍କ ଜ୍ଞାନ ଓ କୌଶଳର ବୃଦ୍ଧି ପାଇଁ ସ୍ୱତନ୍ତ୍ର ଭାବେ ଧ୍ୟାନ ଦିଆଯିବ । ଉଦ୍‌ଘାଟନୀ କାର୍ଯ୍ୟକ୍ରମର ଶେଷରେ ଆୟୋଜକ ଅନୁଷ୍ଠାନର କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁ ଧନ୍ୟବାଦ ଦେଇଥିବା ବେଳେ ସଂଯୋଜିକା ମମିତା ପୁଝାରୀ ଟୁକୁନା ବାଗ, ପୂର୍ଣ୍ଣମୀ ବଗର୍ତ୍ତୀ, ଗୁନବନ୍ତ ବାରିକ ଓ ବଂଶୀଧର ରଣା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave A Reply

Your email address will not be published.

error: Content is protected !!