pakka

୩୩ତମ ବାର୍ଷିକ ଅଷ୍ଟ ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି : ୧୪ଦିନ ପାଇଁ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି

bbehera

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୦୧ ତାରିଖ ଠାରୁ୧୩ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ବନ୍ଦ ହୋଇ ରହିଥିଲା । ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ବର୍ଷ ପୂର୍ତ୍ତି ଅବସରରେ ୩୩ ତମ ବାର୍ଷିକ ଅଷ୍ଟଦଣ୍ଡ ମିଳନ ସମାରୋହ ଏପ୍ରିଲ ୧୦ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପହଁଚି ଯାଇଛି । ଏଣୁ ସମଗ୍ର ବାଲିଗୁଡା ଅଞ୍ଚଳବାସୀଙ୍କୁ ସମିତି ତରଫରୁ ବିନମ୍ର ଅନୁରୋଧ ଯେ, ଏପ୍ରିଲ ୦୧ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସମଗ୍ର ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ଅନୁଷ୍ଠାନରେ ବିକ୍ରି ଓ ସେବନ ବନ୍ଦ କରି ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି । ଅଷ୍ଟ ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୧୦ ତାରିଖ ରବିବାର ସକାଳ ୮ ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ୮ ଦଣ୍ଡ ଥଳଙ୍କୁ ବରଣ କରାଯିବ । ଦିବା ଘ.୧୧.୩୦ମି ସମୟରେ ଟାଉନର ମୁଖ୍ୟ ରାସ୍ତାରେ ଧୂଳିଦଣ୍ଡ, ଅପରାହ୍ନ ଘ.୪.୩୦ମି.ରେ ବନ୍ଧପାଖରେ ପାଣିଦଣ୍ଡ, ସନ୍ଧ୍ୟା ୦୫ ଘଟିକାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ଅଷ୍ଟ ଦଣ୍ଡର ଏକ ମହା ମିଳନ ଆୟୋଜନ କରାଯିବ । ରାତ୍ର ୧୧ ଘଟିକାରେ ଝୁଣା ଦଣ୍ଡ ପଟୁଆର ସହ ୧୧ ତାରିଖ ସୋମବାର ଦିନ ସକାଳ ୮ ଘଟିକାରେ ଯାତ୍ରା ସମାପନ ହେବ, ଏଣୁ ସମସ୍ତ ଅଞ୍ଚଳବାସୀ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।

jay balangir
Leave A Reply

Your email address will not be published.

13 − 3 =