csstore

ଟିଟିଲାଗଡ଼ ଉପଖଣ୍ଡସ୍ତରୀୟ ସଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ରେ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଟିଟିଲାଗଡ଼ ଉପଜିଲ୍ଲାପାଳ ଦୟାମୟ ପାଢ଼ୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସାଧାରଣତନ୍ତ୍ର ଦିବସ ପ୍ୟାରେଡ ପଡିଆର ସାଜସଜ୍ଜା, ଛାତ୍ରଛାତ୍ରୀମାନଙ୍କ ପ୍ୟାରେଡ, ଅସ୍ଥାୟୀ ବିଦ୍ୟୁତ ସଂଯୋଗ, ଅସ୍ଥାୟୀ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ କ୍ୟାମ୍ପ ସହ ଦିନକ ପାଇଁ ଉପଖଣ୍ଡର ସମସ୍ତ ଦେଶୀ ବିଦେଶୀ ମଦ ଦୋକାନ ବନ୍ଦ କରିବା ସହ ସ୍କୁଲ କଲେଜର ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ କରିବା ପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ଦାୟିତ୍ୱ ଅର୍ପଣ କରାଯାଇଛି । ଏହି ପ୍ରସ୍ତୁତି ବୈଠକରେ ଟିଟିଲାଗଡ଼ ଏସ୍‌ଡ଼ିପିଓ ଶ୍ରୀମତୀ ଅଙ୍କିତା କୁମ୍ଭାର, ଅତିରିକ୍ତ ତହସିଲଦାର, ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସମେତ ଅନେକ ବିଭାଗର ଅଧିକାରୀ, ବିଭିନ୍ନ ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ଥିଲେ । ଏହି ପ୍ରସ୍ତୁତି ବୈଠକକୁ ଉପଖଣ୍ଡସ୍ତରୀୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ରାଜେନ୍ଦ୍ର ମାଝୀ ପରିଚାଳନା କରିଥିଲେ ।

jayashree
Leave A Reply

Your email address will not be published.