oom

ବଙ୍ଗୋମୁଣ୍ଡାରେ ମକର ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ହେବାକୁ ଥିବା ଚଉଷଠଶ ଯୋଗିନୀ ସାହିତ୍ୟ କଳା ପରିଷଦ ଓ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ମିଳିତ ଆନୁକୂଲ୍ୟରେ ୭ତମ ମକର ମହୋତ୍ସବ ୨୦୨୪ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଉଷଠି ଯୋଗିନୀ ସାହିତ୍ୟ କଳା ପରିଷଦର ସଭାପତି ଡ଼. ନାରାୟଣ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରସ୍ତୁତି ବୈଠକରେ ସାମ୍ବାଦିକ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲ, ସମ୍ପାଦକ ହୁଲେଶ୍ୱର ହଂସ, କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ, ତୁଳସୀରାମ ହଂସ, ଆନନ୍ଦ ଅଗ୍ରୱାଲ, ସନ୍ତୋଷ କୁମାର ତ୍ରିପାଠୀ, ରାମଚନ୍ଦ୍ର ରଣା, ସୁରେଶ ଭୋଇ, ଭକ୍ତବନ୍ଧୁ ସାହୁ, ନିଗମାନନ୍ଦ ଦାସ, ରାଧେଶ୍ୟାମ ମେହେର, ବଂଶୀଧର ବେହେରା, ବିଘ୍ନରାଜ ରାଉତ, ନେତ୍ରାନନ୍ଦ ସାହୁଙ୍କ ସମେତ ଆୟୋଜକ କମିଟିର ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଆସନ୍ତା ୧୫ ତାରିଖ ଦିନ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବଙ୍ଗୋମୁଣ୍ଡାର ବିଦ୍ୟାଳୟ ପରିସରରେ ପାଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ବିଭିନ୍ନ ବ୍ୟକ୍ତି ବିଶେଷମାନଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ଦିଆଯାଇଛି । ଲୁକ୍କାୟିତ ପ୍ରତିଭା ଲୋକ ଲୋଚନକୁ ଆଣିବା ପାଇଁ ଏଭଳି ପ୍ରୟାସ କରାଯାଉଛି ବୋଲି ଆୟୋଜକ କମିଟି ତରଫରୁ କୁହାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ତଥା ଜିଲ୍ଲା ବାହାର କଳାକାରମାନେ ସାମିଲ ହୋଇ ନିଜ ନିଜର କଳା ପ୍ରଦର୍ଶନ କରିବେ ବୋଲି ଜଣାପଡିଛି । ଏହି ବୈଠକରେ ବହୁ ସଦସ୍ୟ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.