csstore

ଟାଟା ଷ୍ଟିଲ ପକ୍ଷରୁ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଟାଟା ଷ୍ଟିଲ, ମେରାମଣ୍ଡଳି ଏବଂ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅଧିନସ୍ଥ ପଠାଣି ସାମନ୍ତ ପ୍ଲାନେଟରିୟମ, ଭୁବନେଶ୍ୱର ତରଫରୁ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ କର୍ମୀଙ୍କ ଉପସ୍ଥିତିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମୁଦାୟ ୯୦ ଜଣ ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶ ଗ୍ରହଣ କରିଥିଲେ । କୃତୀ ପ୍ରତିଯୋଗୀଙ୍କୁ ଟାଟା ଷ୍ଟିଲ ପକ୍ଷରୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବାମଚନ୍ଦ୍ର ପ୍ରଧାନ, ଦିବ୍ୟସିଂ ପ୍ରଧାନ, ବେଣୁଧର ବେହେରା, ଦୀପକ କୁମାର କହଁର, ସାଗ୍ନିକା ସେଠି, ଶୁଚିସ୍ମିତା ପ୍ରଧାନ ଓ ଅପର୍ଣ୍ଣା ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.