ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ବିଆଇଆଇଟିଏମ ପକ୍ଷରୁ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ଦେଶର ବିଭିନ୍ନ ସ୍ଥାନରେ ବୈଠକମାନଙ୍କ ଆୟୋଜନ କରାଯାଉଛି । ଚଳିତ ମାସ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ଆୟୋଜନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଜନଭାଗିଦାରୀ ଜରିଆରେ ଜି-୨୦ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କ୍ରମରେ ଭୁବନେଶ୍ୱର ସ୍ଥିତ ବିଆଇଆଇଟିଏମ ଶିକ୍ଷାନୁଷ୍ଠାନ ପକ୍ଷରୁ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀ ଜି-୨୦ ବିଷୟବସ୍ତୁକୁ ନେଇ ପ୍ରବନ୍ଧ ରଚନା କରିଥିଲେ ।

Leave A Reply

Your email address will not be published.