ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ପ୍ରବନ୍ଧ ପ୍ରତିଯୋଗିତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଆ ଭାଷା ପ୍ରତିଷ୍ଠାନ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟାଳୟସ୍ତରର ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ପ୍ରବନ୍ଧ ପ୍ରତିଯୋଗିତା ଗତକାଲି ପୂର୍ବାହ୍ନ ୧୧ ଘଟିକା ସମୟରେ ସଂସ୍କୃତି ଭବନସ୍ଥ ସମ୍ମିଳନୀକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ପ୍ରାୟ ୫୦ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଏବଂ ଏଥିରେ ସୂର୍ଯ୍ୟ ମିଶ୍ର, ରକ୍ଷକ ନାୟକ ବିଚାରକ ଭାବେ ଯୋଗ ଦେଇ ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଝାତ୍ରୀ ମାନଙ୍କର ମୂଲ୍ୟାଙ୍କନ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମ ଓଡିଆ ଭାଷା ପ୍ରତିଷ୍ଠାନ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ତତ୍ତ୍ୱାବଧାନରେ ପରିଚାଳିତ ହୋଇଥିଲା । ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଆଜି ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ପୁରସ୍କୃତ କରାଯିବା ସହିତ ମାନପତ୍ର ପ୍ରଦାନ କରାଯିବ ।

Leave A Reply

Your email address will not be published.