ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶ୍ରୀ ଦାଦିଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ଦିନ ଉଦ୍‌ଯାପିତ ହୋଇଯାଇଛି । ଏହି କ୍ରୀଡା ପ୍ରତିଯୋଗିତାର ଉଦ୍‌ଯାପନୀ ଅବସରରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡର ଉପଜିଲ୍ଲାପାଳ ଦୟାମୟ ପାଢୀ, ସହରର ବରିଷ୍ଠ ଆଇନଜୀବୀ ରାଧେଶ୍ୟାମ ଅଗ୍ରୱାଲ, ସ୍କୁଲର ମେନେଜମେଣ୍ଟ ଟ୍ରଷ୍ଟି ଶ୍ରୀମତୀ ଶ୍ୟାମାଲତା ଅଗ୍ରୱାଲ, ସ୍କୁଲ ଅଧ୍ୟକ୍ଷା ଡ. ସୁନନ୍ଦା ଜତି ଉପସ୍ଥିତ ଥିଲେ । ସ୍କୁଲ ଛାତ୍ରଛାତ୍ରୀଙ୍କ ଦ୍ୱାରା ପେରେଡ ହେବା ପରେ ଅତି ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଏହାପରେ ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରିଥିଲେ । ଏହି କ୍ରୀଡା ପ୍ରତିଯୋଗିତାକୁ ପରିଚାଳନା କରିବା ପାଇଁ ଖେଳ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ । ଏହି ଭଳି ପ୍ରତିଯୋଗିତାରେ ଅଂଶ ଗ୍ରହଣ ଛାତ୍ରଛାତ୍ରୀମାନେ ନିଜର ଦକ୍ଷତା ପ୍ରଦର୍ଶନ କରିପାରି ଜିଲ୍ଲା ତଥା ରାଜ୍ୟ ଓ ପରେ ଦେଶ ସ୍ତରୀୟ ଖେଳରେ ଅଂଶ ଗ୍ରହଣ କରିପାରିବେ ବୋଲି ସ୍କୁଲ ଅଧ୍ୟକ୍ଷା ଡ. ସୁନନ୍ଦା ଜତି କହିଥିଲେ ।

Leave A Reply

Your email address will not be published.