ଗୁଡଭେଲା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଗୁଡଭେଲା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ତେନ୍ତୁଳିଖୁଣ୍ଟି ଗ୍ରାମ ପଞ୍ଚାୟତ ହାଇସ୍କୁଲ, ଡାହିମାଲ ଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଗ୍ନି କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ସଭାରେ ଏବିଇଓ ତଥା ବିଆର୍‌ସିସି ରମେଶ ଚନ୍ଦ୍ର ସାମର୍ଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ ବିପିନ ବାଗ ଯୋଗ ଦେଇ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଗୁଡଭେଲା ସିଆର୍‌ସିସି ଷଢାନନ ପ୍ରଧାନୀ ସଭା ସଞ୍ଚାଳନ କରିଥିଲେ ଓ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ପୁରସ୍କାର ବିତରଣ ଉତ୍ସବରେ ସିଆର୍‌ସିସି ଜଗମୋହନ ତ୍ରିପାଠୀ ସଭା ସଞ୍ଚାଳନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ସାମର୍ଥ, ସମ୍ମାନିତ ଅତିଥି ଶ୍ରୀ ବାଗ ଓ ସଭାପତି ଶ୍ରୀ ନାଏକ କୃତି ପ୍ରତିଯୋଗୀଙ୍କୁ ସାର୍ଟିଫିକେଟ ଓ ମୋମେଣ୍ଟ ପ୍ରଦାନ କରି ପୁରସ୍କୃତ କରିଥିଲେ । ଏଥିରେ ବ୍ଲକର ପ୍ରତ୍ୟେକ ବିଦ୍ୟାଳୟରୁ ସର୍ବ କନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗ ପାଇଁ ଜଣେ ଲେଖାଏଁ ପ୍ରତିଭାଗୀ ଅଂଶ ଗ୍ରହଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ପ୍ରଧାନ ଶିକ୍ଷକ, ଗାଇଡ ଶିକ୍ଷକ ଶିକ୍ଷୟିତ୍ରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ସେବକ ସେବିକା ସହଯୋଗ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

Leave A Reply

Your email address will not be published.