oom

ରାଜ୍ୟସ୍ତରୀୟ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ

jsmm

ନବରଙ୍ଗପୁର : ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ନବରଙ୍ଗପୁର ଜିଲ୍ଲା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଡାବୁଗାଁ, ଦଶମ ଶ୍ରେଣୀର ଛାତ୍ର ସାଶ୍ୱତ ସାମନ୍ତରାୟ ପ୍ରଥମ ସ୍ଥାନ ଅଧିକାର କରି ନବରଙ୍ଗପୁର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ପ୍ରକାଶ ଥାଉ କି, ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ସେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲ । ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ସାଶ୍ୱତଙ୍କ ସଫଳତା ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

jittmm
Leave A Reply

Your email address will not be published.