ବରଗଡ ବ୍ଲକସ୍ତରୀୟ କୌତୁକ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ନିଶାମଣି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ବରଗଡ଼ ବ୍ଲକସ୍ତରୀୟ କୌତୁକ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ବରଗଡ଼ ବ୍ଲକ ବରିଷ୍ଠ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ କପିଳେଶ୍ୱର ରଥ ଓ ଶ୍ରୀମତୀ ଲଜିତା ପ୍ରଧାନ ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଦିବ୍ୟକାନ୍ତି ଭୋଇ, ନିଶାମଣି ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରୋଜାଲିନ୍ ମିଶ୍ର ଓ ଜର୍ଜ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁରେଶ ଦାଶ ଉପସ୍ଥିତ ଥିଲେ । କୌତୁକ ପୋଷାକ ପ୍ରତିଯୋଗିତାର ବିଷୟବସ୍ତୁ ଥିଲା ‘ପାର୍ବତୀ ଗିରି- ପଶ୍ଚିମ ଓଡିଶାର ମଦର ଟେରେସା’ । ଉକ୍ତ ପ୍ରତିଯୋଗିତାରେ କନିଷ୍ଠ ବର୍ଗରେ ୧୫ ଜଣ ଓ ବରିଷ୍ଠ ବର୍ଗରେ ୧୦ ଜଣ ଅଂଶଗ୍ରହଣ କରିଥିଲେ । କନିଷ୍ଠ ବର୍ଗରେ ପ୍ରଥମ ସ୍ଥାନ ଅଧିକାର କଲେ ଅନ୍ୱେଷା ପଣ୍ଡା, ସରକାରୀ ପ୍ରାଥମିକ ବିଦ୍ୟାଳୟ ଶକ୍ତି ନଗର, ଦ୍ୱିତୀୟ ସ୍ଥାନ ଅଧିକାର କଲେ ଡୋଲେଶ୍ୱରୀ ଭୋସାଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୋବିନ୍ଦପାଲି ଓ ତୃତୀୟ ସ୍ଥାନ ଅଧିକାର କଲେ ପ୍ରିନ୍ସି ପଧାନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ତୁମଗାଁ । ସେହିପରି ବରିଷ୍ଠ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କଲେ ଦୀୟା ଦରଦମେଘ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୋବିନ୍ଦପାଲି, ଦ୍ୱିତୀୟ ସ୍ଥାନ ଅଧିକାର କଲେ ସାଇନା ଧଳ ନିଶାମଣି ସରକାରୀ ଉଚ୍ଚ ବିଦ୍ୟାଳୟ ଓ ତୃତୀୟ ସ୍ଥାନ ଅଧିକାର କଲେ ଶୁଭଶ୍ରୀ ସୁନା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମାଷ୍ଟରଟିକ୍ରା । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକଗଣ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । କାର୍ଯ୍ୟକ୍ରମଟି ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜିକା ଶ୍ରୀମତୀ ନମିତା ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ଲଜିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

one × two =

error: Content is protected !!