ବରଗଡ଼ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜର୍ଜ ଉଚ୍ଚ ବିଦ୍ୟାଳୟ ପରିସରରେ ବରଗଡ଼ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟି ବରିଷ୍ଠ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ କପିଳେଶ୍ୱର ରଥ, ଶ୍ରୀମତୀ ଲଜିତା ପ୍ରଧାନ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁ ଦାସ ଶର୍ମା ଓ ଜର୍ଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ଡୋଲାମଣି ଶତପଥୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ବିଚାରକ ଭାବେ ଘେଁସ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଲକ୍ଷ୍ମୀ ନାରାୟଣ ସାହା ଓ ହିନ୍ଦୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଅରବିନ୍ଦ କୁମାର ଗୁପ୍ତା ନିରପେକ୍ଷ ବିଚାର କରିଥିଲେ । ଏହି ପ୍ରତିଯୋଗିତାରେ ବ୍ଲକର ୭ଟି ବିଦ୍ୟାଳୟ ଖୁବ ସୁନ୍ଦର ଭାବରେ ଉପସ୍ଥାପନା କରିଥିଲେ । ଏହି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ ସରକାରୀ ଉଚ୍ଚ ବିଦ୍ୟାଳୟ, ସରସରା, ଦ୍ୱିତୀୟ ସ୍ଥାନରେ ଜର୍ଜ ଉଚ୍ଚ ବିଦ୍ୟାଳୟ, ବରଗଡ଼ ଓ ତୃତୀୟ ସ୍ଥାନ ଅଧିକାର କଲେ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ, ଶ୍ରୀହରିନଗର । ପ୍ରଥମ ସ୍ଥାନ ଅଧିକାର କରିଥିବା ବିଦ୍ୟାଳୟ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ । କାର୍ଯ୍ୟକ୍ରମଟି ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜିକା ଶ୍ରୀମତୀ ନମିତା ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ଲଜିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

nineteen − 5 =