csstore

ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଆଜି ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ର ଛାତ୍ରୀମାନଙ୍କ ସକାଶେ ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଶ୍ରୀ ଶ୍ରୀ ଗଣେଶ ଭଗବାନଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ବିଆର୍‌ଟି ଲକ୍ଷ୍ମୀକାନ୍ତ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ନାଥ ଶବର, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ଏବିଇଓ ଚୈତନ୍ୟ ଧରୁଆ, ବଙ୍ଗୋମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି କୋଷରାଜ ବେହେରା, ବଙ୍ଗୋମୁଣ୍ଡା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିରାମ ସତନାମୀ, ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, ସାମ୍ବାଦିକ ଅନିଲ ଖମାରୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବଙ୍ଗୋମୁଣ୍ଡା କ୍ଲଷ୍ଟର୍‌ର ସିଆର୍‌ସିସି ଜିତାମିତ୍ର ବିଶି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ଆସନ୍ତା କାଲି ସମ୍ବର୍ଦ୍ଧିତ କରାଯିବ ବୋଲି ଜଣାପଡ଼ିଛି । ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନର ଆଇଭି ଜୟନ୍ତୀଲାଲ ହଂସ, ବଳଦେବ ରଣା, ମଧୁସୂଦନ ସାହୁ, ଗଜବନ୍ଦ ଛୁରା ପ୍ରମୁଖଙ୍କ ସହ ଶିକ୍ଷକ ଓ କର୍ମଚାରୀମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.