om academy

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ : ପାସ୍ ହାର ୯୬.୦୭ ପ୍ରତିଶତ

jsm

କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ (ମାଟ୍ରିକ୍‌) ପରୀକ୍ଷାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ପାସ୍ ହାର ରହିଛି ୯୬.୦୭ ପ୍ରତିଶତ । ଏଥର ପୁଅମାନଙ୍କ ତୁଳନାରେ ଝିଅମାନେ ଭଲ କରିଛନ୍ତି । ଏଥିର ଛାତ୍ରମାନଙ୍କ ପାସ୍ ହାର ରହିଛି ୯୫.୩୯ ପ୍ରତିଶତ । ଏଣେ ଛାତ୍ରୀମାନଙ୍କ ପାସ୍ ହାର ହେଲା ୯୬.୭୩ ପ୍ରତିଶତ । ଚଳିତ ଥର ରାଜ୍ୟର ୨୬୪୪ଟି ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି । ୨୦୨୩ରେ ପାସ୍ ହାର ୯୬.୦୪ ଥିବାବେଳେ ଚଳିତ ବର୍ଷ ଏହାର ୯୬ . ୦୭ ହୋଇଛି । ଚଳିତ ବର୍ଷ ମୋଟ ୫ ଲକ୍ଷ ୩୦ ହଜାର ୧୫୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥର ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଓ ନୂଆପଡ଼ା ଜିଲ୍ଲାରେ ସର୍ବନିମ୍ନ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଏନେଇ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି

Leave A Reply

Your email address will not be published.